ନ୍ୟୁଜ ଡେକ୍ସ : ଅକ୍ଟୋବର ୭ରୁ ହବିଷ ବ୍ରତ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ । ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ ସମସ୍ତ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ।
ଏଥିପାଇଁ ବିଭିନ୍ନ ଗଣମାଧ୍ୟମ ଜରିଆରେ ସୂଚନା ଦିଆଯିବ। ହବିଷ୍ୟାଳୀ ମାଆ ମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଛନ୍ତି । ମାଆ ମାନଙ୍କର ସୁରକ୍ଷିତ ରହଣି, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା ସହ ଚିକିତ୍ସା, ପରିମଳ, ପାନୀୟ ଜଳ, ସ୍ୱଛାସେବୀ ସହଯୋଗର ମଧ୍ୟ ବ୍ୟବସ୍ଥା କରାଯିବ।
ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି।ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ଵେଛାସେବୀମାନେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବେ। ତେବେ ଆୟୋଜିତି ବୌଠକରେ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
