ନ୍ୟୁଜ ଡେସ୍କ: ସୁଭଦ୍ରା ଯୋଜନାକୁ ନେଇ ବଡ ଖବର । ଆସନ୍ତା ୯ରେ ମିଳିବ ସୁଭଦ୍ରା ଟଙ୍କା । ଆସନ୍ତା ଅକ୍ଟୋବର ୯ ତାରିଖରେ ଯୋଗ୍ୟ ମହିଳାଙ୍କ ଆକାଉଣ୍ଟକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଶୁଭାରମ୍ଭ କରିଥିଲେ।
ସେଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ ହିତାଧିକାରୀ କିସ୍ତି ଅପେକ୍ଷାରେ ଅଛନ୍ତି। ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇ କହିଥିଲେ ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ସରକାର ସୁଭଦ୍ରା ଟଙ୍କା ଦେବେ। ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୨୦୨୫ ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଦିଆଯିବ।
କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସରେ ପ୍ରଦାନ କରାଯିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।