Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆସନ୍ତା ବୁଧବାର ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ସହ ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହେବ। ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଡଙ୍ଗା ନନ୍ଦା ଓ ଭଦ୍ରାକୁ ପ୍ରସ୍ତୁତ କରାଯାଉଛି।

ତେବେ ଚନ୍ଦନ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ଚନ୍ଦନ ଯାତ୍ରା ସମୟରେ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରିଛି ପୁରୀ ପୋଲିସ l ଏନେଇ ଆଜି ପୁରୀ ଏସପି ନରେନ୍ଦ୍ର ପୁଷ୍କରିଣୀ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କରିଛନ୍ତି l ପୋଲିସ ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଚନ୍ଦନ ଚାପକୁ ଶୃଙ୍ଖଳିତ କରିବା ପାଇଁ ୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ପାଞ୍ଚଜଣ ଡିଏସପି, ୮ ଇନ୍ସପେକ୍ଟରଙ୍କ ସମେତ ୨୦ ସବ ଇନ୍ସପେକ୍ଟର ଦାୟିତ୍ବରେ ରହିବେ।

ସୂଚନାଯୋଗ୍ୟ, ଗତବର୍ଷ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି ଅନେକଙ୍କର ମୃତ୍ୟୁ ହୋଇଥିଲା । ଯେପରି ଚଳିତବର୍ଷ କିଛି ଅଘଟଣ ନଘଟେ ସେନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୋଲିସ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

Leave a Reply

Your email address will not be published. Required fields are marked *