Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ବୃଦ୍ଧି କରିଛନ୍ତି । ଅଣ୍ଡା ଦର ୫ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ୍ସରେ ଉଲ୍ଲେଖ କରିଛନ୍ତି । କୋମଳମତି ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏ ବାବଦରେ ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।ସରକାର ଦେଉଥିବା ଅର୍ଥରେ ଆବଶ୍ୟକ ଅଣ୍ଡା ଦେବା ସମ୍ଭବ ହେଉନଥବା କର୍ମୀମାନେ ଅଭିଯୋଗ କରିଥିଲେ । ତେଣୁ ଅଣ୍ଡାର ମୂଲ୍ୟ ବୃଦ୍ଧି ଲାଗି ଦୀର୍ଘ ଦିନ ହେଲା ଦାବି ହୋଇଆସୁଥିଲା ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଏହି ସମସ୍ୟାକୁ ସ୍ବୀକାର କରିଥିଲେ । ଏହାଦ୍ୱାରା ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଅଣ୍ଡା ଦର ବୃଦ୍ଧି ପାଇଁ ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଅଙ୍ଗନବାଡ଼ି କେନ୍ଦ୍ରରେ ଦିଆଯାଉଥିବା ଅଣ୍ଡା ଦର ବଢ଼ାଇବାକୁ ପୂର୍ବରୁ ଦାବି ହୋଇଆସୁଥିଲା ।

Leave a Reply

Your email address will not be published. Required fields are marked *