ନ୍ୟୁଜ ଡେକ୍ସ: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ, ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା, ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ଗତି କରୁଛି।
ଯାହାକି ଆସନ୍ତା ୨-୩ ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦେଇ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି ବୋଲି IMD କହିଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ରହିଛି। ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମଧ୍ୟରେ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି। ସେହିପରି ଭୀଷଣ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ଚଳିତବର୍ଷ ପ୍ରଥମ ଥର ପାଇଁ ଛଡ଼ାଗଲା ହୀରାକୁଜ ଜଳଭଣ୍ଡାରର ଗେଟ୍ । ୭ ନମ୍ବର ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ପରେ ପର୍ଯ୍ୟାୟକ୍ରମେ ଅନ୍ୟ ଗେଟ୍ ସବୁ ଖୋଲାଯିବ ବୋଲି ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ଉପରମୁଣ୍ଡରେ ଲଗାଣ ବର୍ଷା ଲାଗି ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଥିଲା । ଯାହାକୁ ଦୃଷ୍ଟିରେ ରଖି ୨ ଦିନ ତଳେ ଡାକବାଜି ଯନ୍ତ୍ର ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ପାଣି ଛାଡିବା ନେଇ ପ୍ରଚାର କରାଯାଇଥିଲା। ପାଣି ଛାଡ଼ିବା ପୂର୍ବରୁ ତଳିଆ ଅଞ୍ଚଳ ଲୋକଙ୍କୁ ସତର୍କ କରାଯାଇଥିଲା। ରବିବାର ହୀରାକୁଦ ଡ୍ୟାମ୍ ଜଳସ୍ତର ବଢ଼ୁଥିବାରୁ ୧୨ଟି ଗେଟ୍ ଖାଲା ଯାଇଥିଲା। ଏବେ ଆଉ ୮ଟି ଖୋଲିଛି। ଉପରମୁଣ୍ଡରେ ବର୍ଷା ପାଇଁ ୨୦ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ ।
