Mon. Dec 23rd, 2024

ନ୍ୟୁଜ ଡେକ୍ସ: କୋହଲା ପାଗ ସାଙ୍ଗକୁ ସାରା ରାଜ୍ଯରେ ଲାଗିରହିଛି ଝିପିଝିପି ବର୍ଷା । ଫଳରେ ଜନଜୀବନ ଅସ୍ତବ୍ଯସ୍ତ ହୋଇପଡିଛି । ସେପଟେ ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଅବପାତ ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେପଟେ ଗତକାଲି ପରି ଆଜି ସକାଳୁ ମଧ୍ୟ ଟ୍ଵିନ ସିଟିରେ ଝିପି ଝିପି ବର୍ଷା ଲାଗି ରହିଛି ।

ଏହି ଅବପାତ ଆସନ୍ତା ୧୨ ଘଣ୍ଟା ଭିତରେଦୁର୍ବଳ ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର।ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ଲାଗି ରହିଛି ବର୍ଷା। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରଆ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ୨ ଦିନ ପରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ୨ରୁ ୪ ଡିଗ୍ରୀକୁ ପାରଦ କମିବା ସହ ଶୀତର ପ୍ରଭାବ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଧାନ ଅମଳ ସମୟରେ ଅଦିନିଆ ବର୍ଷାକୁ ଦେଖି ଚାଷୀ ମୁଣ୍ଡରେ ଚଡକ ପଡିଛି । ଧାନ କଞ୍ଚା ଥିଲେ ମଧ୍ଯ କାଟି ନେଇ ଖଳାକୁ ନେଇଯାଉଛନ୍ତି ଚାଷୀ ।

Leave a Reply

Your email address will not be published. Required fields are marked *