ନ୍ୟୁଜ ଡେକ୍ସ: ଆସିଲା ମାଟ୍ରିକ ରେଜଲ୍ଟ ତାରିଖ । ମେ’ ମାସ ଦ୍ବିତୀୟ ସପ୍ତାହରେ ଆସିବ ଫଳାଫଳ । ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଖାତା ଦେଖାରେ ସାମାନ୍ୟ ବିଳମ୍ବ ହୋଇଛି । ୨ରୁ ୩ ଦିନ ମଧ୍ୟରେ ସରିବ ଖାତା ଦେଖା କାର୍ଯ୍ୟ । AI ଓ QR କୋଡ୍ ଦ୍ବାରା ସଫଳ ହୋଇଛି ପରୀକ୍ଷା ପରିଚାଳନା । ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ ନେଇ କିଛି ଅସୁବିଧା ହେବନି ।
ମାର୍ଚ୍ଚ ୧୯ରେ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଖାତା ଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହୋଇଥିଲା । ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିଥିଲା ।
ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ।କିଛି ଅନ୍ୟ ଭାଷା ଉତ୍ତର ଖାତା ଯଥା ବେଙ୍ଗଲି, ତେଲୁଗୁ, ଉର୍ଦ୍ଧୁ ଭାଷାର ଖାତା ବୋର୍ଡ ଅଫିସ ପରିସରରେ ମୂଲ୍ୟାୟନ ଚାଲିଛି। ରାଜ୍ୟର ୫୨ଟି ଯାକ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ସରି ଉତ୍ତର ଖାତାଗୁଡ଼ିକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପହଞ୍ଚିବା ପରେ ସେଗୁଡ଼ିକର ଟାବୁଲେସନ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।
