Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ। ବାତ୍ୟା ‘ଦାନା’ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ ହୋଇଛି।

ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ। ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍ଟି’ ଲକ୍ଷ୍ୟ ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟିନାହିଁ।

ବନ୍ୟା କ୍ଷୟକ୍ଷତିର ପ୍ରାଥମିକ ଆକଳନ ଲାଗି ନିର୍ଦ୍ଦେଶ ଦିଆଯାଇଛି । ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଘର ଭଙ୍ଗା ଆକଳନ କରିବେ ରାଜସ୍ୱ ବିଭାଗ ଅଧିକାରୀ । ଅନ୍ୟ କ୍ଷୟକ୍ଷତିର ଆକଳନ କରିବେ କୃଷି, ସମବାୟ ଓ ପରିସଂଖ୍ୟାନ ବିଭାଗ । ସ୍ୱଳ୍ପ ଭାଙ୍ଗିଥିବା ଘରର ତୁରନ୍ତ ମରାମତି କରାଯିବ । ସମ୍ପୂର୍ଣ୍ଣ ଭାଙ୍ଗିଥିବା ପରିବାରକୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି ।

Leave a Reply

Your email address will not be published. Required fields are marked *