Fri. Oct 24th, 2025

ନ୍ୟୁଜ ଡେସ୍କ: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ ସେ।

ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ତେବେ ସୂଚନା ମୁତାବକ, ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତାକାଲି ବୈଠକ ରହିଛି। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ।

ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *