ନ୍ୟୁଜ ଡେକ୍ସ : ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୨୧ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଅଛି । ୨୩ ତାରିଖରେ ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ବୋଲି ବରିଷ୍ଠ କୃଷି ପାଣପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।
ଆଇଏମଡିର ଅପରାହ୍ନ ବୁଲେଟିନ ଅନୁଯାୟୀ, ଅନୁଗୁଳ, ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ, ଦେଓଗଡ଼, ଢେଙ୍କାନାଳ, କନ୍ଧମାଳ, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଏକ ହଳଦିଆ ସତର୍କତା ଜାରି କରାଯାଇଛି।ଆଗାମୀ ତିନି ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ହୋଇପାରେ।
ଉଲ୍ଲେଖଯୋଗ୍ୟ, ଆସନ୍ତା ୨୨ରୁ ୨୪ ତାରିଖ ମଧ୍ଯରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ।ଫଳରେ ୨୩ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢିବ। ୨୬ ତାରିଖ ଯାଏଁ ରହିବ ବର୍ଷାର ପ୍ରଭାବ।
