Mon. Dec 23rd, 2024

ନ୍ୟୁଜ ଡେସ୍କ: ଶନିବାରଠାରୁ ଲଗାତାର ତିନିଦିନ ଧରି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ପୁନଃ ଯାଞ୍ଚ କରାଯିବ। ଦିନ ୨ଟା ରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ କାର୍ଯ୍ୟ କରାଯିବ l ଆଜିର ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ l ତନ୍ନ ତନ୍ନ କରି ହେବ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍ ସର୍ଭେ। ଏହି ସମୟରେ ୩ ଦିନ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରିପୋର୍ଟ ଆସିବା ପରେ ମରାମତି ଓ ଗଣତି ମଣତି ହେବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ। ଆସନ୍ତା ୨୪ ତାରିଖ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତାପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରି ରିପୋର୍ଟ ଦାଖଲ କରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଦିନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ତିନିଦିନ ଧରି ଯାଞ୍ଚ ପ୍ରକ୍ରିୟା କରାଯିବ। ତାହାକୁ ଦୃଷ୍ଟିରେ ରଖି ମହାପ୍ରଭୁଙ୍କ ନିତିକାନ୍ତି ସଅଳ କରାଯିବ। ଦିନ ଗୋଟାଏଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଗାମୀ ୨୪ ତାରିଖରୁ ଶ୍ରୀଜଗନ୍ନାଥ ମନ୍ଦିରରେ ଶାରଦୀୟ ଦୂର୍ଗାପୂଜା ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ଶ୍ରୀଜୀଉଙ୍କ କେତେକ ବିଶେଷ ନିତିକାନ୍ତି ରହିଛି। ତେଣୁ ଏହାପୂର୍ବରୁ ରତ୍ନଭଣ୍ଡାର ଯାଞ୍ଚ ଶେଷ କରାଯିବ।

Leave a Reply

Your email address will not be published. Required fields are marked *