Thu. Oct 23rd, 2025

ନ୍ୟୁଜ ଡେକ୍ସ : ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଆସନ୍ତା ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ନବୀନଙ୍କ ଏଥରର ଗସ୍ତକୁ ରାଜନୈତିକ ମହଲ ଅତ୍ୟନ୍ତ ଗୁରୁତ୍ବ ଦେଉଛନ୍ତି । ନବୀନଙ୍କ ସହ ତାଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଚନ୍ଦ୍ରଶେଖର ପତି ଓ ଭିକେ ପାଣ୍ଡିଆନ ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।

ସେପଟେ ଆଉ ଗୋଟିଏ ଦିନ ପରେ ପଡ଼ିବ ଉପରାଷ୍ଟ୍ରପତି ନିର୍ବାଚନ ଭୋଟ୍ । ଏବେ ପର୍ଯ୍ୟନ୍ତ ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ସେନେଇ କିଛି ବି ସ୍ପଷ୍ଟ ହେଇନି । ଚର୍ଚ୍ଚା ହେଉଛି ଏହି ଗସ୍ତରେ ନବୀନ ବିଜେପିର କିଛି ବଡ଼ ନେତାଙ୍କୁ ଭେଟି ଆଲୋଚନା କରିପାରନ୍ତି । ଏହାସହ ସେ ପିଏମ୍ ମୋଦିଙ୍କୁ ମଧ୍ୟ ଭେଟିପାରନ୍ତି ବୋଲି କୁହାଯାଉଛି।

ତେଣୁ କେଉଁଠି ନା କେଉଁଠି ନବୀନଙ୍କ ଉପରେ ଏବେ ସମସ୍ତଙ୍କର ନଜର ରହିଛି । ତେବେ ଗତକାଲି ନବୀନ ନିବାସରେ ବସିଥିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ନବୀନ ଦଳକୁ ପରିଚାଳନା କରିବା, ଦଳର ରଣନୀତିକୁ ଦିଗ ଦେବା ଓ ନୀତି ନିର୍ଦ୍ଧାରଣ କରିବା ନେଇ ଏହି ବୈଠକରୁ ବଡ଼ ବାର୍ତ୍ତା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *