Fri. Apr 17th, 2026

ନ୍ୟୁଜ ଡେକ୍ସ: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଆଜି ବାତ୍ୟାରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ଅବପାତରେ ପରିଣତ ହେବ। ପରବର୍ତ୍ତି ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ।

ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ କିମ୍ବା ଶ୍ରୀଲଙ୍କା ଉପୂକଳ ମୁହାଁଇବ। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ।

ଏହା ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ତାମିଲନାଡୁ ଏବଂ ଶ୍ରୀଲଙ୍କାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ତଥା ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave a Reply

Your email address will not be published. Required fields are marked *