Mon. Dec 23rd, 2024

ନ୍ୟୁଜ ଡେକ୍ସ: ଶୁକ୍ରବାର ଶ୍ରୀମନ୍ଦିରରେ ଦୀପାବଳି ପାଳନ ହେବ। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡୁଆଙ୍କୁ ଡାକିବେ। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି।

କିଛି ଲୋକ ଗୁରୁବାର ଗତକାଲି ଦୀପାବଳି ପାଳିଥିବା ବେଳେ କେହି କେହି ଆଜି ଦୀପାବଳି ପାଳନ କରିବା ସହ ପୟାଶ୍ରାଦ୍ଧ ପକାଇବେ। ଶୁକ୍ରବାର ଶ୍ରୀମନ୍ଦିରରେ ଦୀପାବଳି ପାଳନ ହେବ। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡୁଆଙ୍କୁ ଡାକିବେ। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। କିଛି ଲୋକ ଗୁରୁବାର ଗତକାଲି ଦୀପାବଳି ପାଳିଥିବା ବେଳେ କେହି କେହି ଆଜି ଦୀପାବଳି ପାଳନ କରିବା ସହ ପୟାଶ୍ରାଦ୍ଧ ପକାଇବେ। ହିନ୍ଦୁ ଧର୍ମରେ ମହାଳୟା ଦିନ ଠାରୁ ପିତୃ ପୁରୁଷ ମାନେ ମର୍ତ୍ତ୍ୟ ପୁରକୁ ଆସିଥାନ୍ତି ।

ସେଥିପାଇଁ ଉକ୍ତ ମାସକୁ ମହଳା ମାସ ମଧ୍ୟ କୁହାଯାଇଥାଏ । ଏହି ସମୟରେ ପିତୃ ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି । ତେଣୁ ମହାଳୟାକୁ ମର୍ତ୍ତ୍ୟକୁ ଆସିଥିବା ପିତୃ ପୁରୁଷ ମାନଙ୍କୁ ଏହିଦିନ ବିଦାୟ ଦିଆଯାଇଥାଏ । ପିତୃ ପୁରୁଷଙ୍କୁ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ଘରର ଦେଇପିଣ୍ଡିରେ କାଉଁରିଆ କାଠି ଜାଳି ବାଡି ପାଖ ଖତ ଗଦାରେ ପୋତା ଯାଇଥାଏ । ପିତୃ ପୁରୁଷଙ୍କୁ ସ୍ୱର୍ଗ ଲୋକକୁ ଫେରିବା ପାଇଁ କାଉଁରିଆ କାଠି ଜାଳି ଆଲୋକ ଦେଖା ଯାଇଥାଏ ।

Leave a Reply

Your email address will not be published. Required fields are marked *