Thu. Oct 23rd, 2025

ନ୍ୟୁଜ ଡେକ୍ସ: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଗୁରୁବାର ଏହା ଲଘୁଚାପ ରୂପ ନେଇପାରେ । ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୫ ଓ ୨୬ ତାରିଖରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ କୁହାଯାଇଛି ।

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୪ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ବାଲେଶ୍ବର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟଲୋ ୱାର୍ଣ୍ଣିଂ ରହିଛି । ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *