Mon. Dec 23rd, 2024

ନ୍ୟୁଜ ଡେକ୍ସ: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ପେଙ୍ଗଲ ଆଜି (ଶନିବାର) ସ୍ଥଳଭାଗ ଛୁଇଁପାରେ । ତାମିଲନାଡୁ ଓ ପୁଡୁଚେରୀ ମଧ୍ୟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ କରିବ ଫେଙ୍ଗଲ । ଏହାର ପ୍ରଭାବରେ କୋହଲା ପାଗ ସହ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତାମିଲନାଡୁରେ ବର୍ଷାର ପରିମାଣ ଧିରେ ଧିରେ ବଢୁଛି । ଆଗାମୀ ୨ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି ଅପରାହ୍ଣ ସୁଦ୍ଧା ଉତ୍ତର ତାମିଲନାଡ଼ୁ ଓ ପୁଡୁଚେରୀ ମଧ୍ୟରେ କରାଇକାଲ-ମହାମବଳିପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏତିକି ବେଳେ ପବନର ଘଣ୍ଟା ପ୍ରତି ବେଗ ୭୦ରୁ ୮୦ କିମି ରହିବ। ସ୍ଥଳ ବିଶେଷରେ ଏହା ବଢି ୯୦ କିମି ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବାତ୍ୟାକୁ ଦୃଷ୍ଟିରେ ରଖି ତାମିଲନାଡୁରେ ହାଇଆଲର୍ଟ ଜାରି କରାଯାଇଛି। ପ୍ରଶାସନ ପକ୍ଷରୁ ତାମିଲନାଡୁ ଓ ପୁଡୁଚେରୀରେ ସମସ୍ତ ସ୍କୁଲ କଲେଜ ବନ୍ଦ ରଖଯାଇଛି। ସେହିପରି ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ପ୍ରଭାବ ଯୋଗୁ ଚେନ୍ନାଇରେ ପ୍ରବଳ ବର୍ଷା ଜାରି ରହିଛି।

ପାଣିପାଗ ବିଭାଗ ଚେଙ୍ଗଲପଟ୍ଟୁ, ବିଲ୍ଲୁପୁରମ୍‌, କୁଡ୍ଡାଲୋର୍‌ ଓ ପୁଡୁଚୋରୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି।ତେବେ ଓଡ଼ିଶା ଉପରେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିନଥିଲେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇଛି। ଆଜି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର , ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *