ନ୍ୟୁଜ ଡେକ୍ସ: ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ବର୍ଷା ସମ୍ଭାବନା ଅଧିକ ଅଛି । ଆଜି ରାଜ୍ୟର ୨୨ଟି ଜିଲ୍ଲାରେ ବର୍ଷା ହୋଇପାରେ । ୧୫ଟି ଜିଲ୍ଲାରେ ଅଳ୍ପ କେତେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୭ଟି ଜିଲ୍ଲାରେ ସ୍ଥାନେ ସ୍ଥାନେ ହୋଇପାରେ ବର୍ଷା ।
ଢେଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଗତକାଲି ଠାରୁ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଗତକାଲି କଟକ, ଯାଜପୁର, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ହୋଇଥିଲା ।
ବର୍ଷା ସହ ଜୋରସୋର ପବନ ହୋଇଥିଲା । ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମା ଝଡ଼ ସହ ଟ୍ରପ ଲାଇନ ଯୋଗୁ ବର୍ଷା ହେବ। ବିଶେଷ କରି ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ।
