Thu. Oct 23rd, 2025

ନ୍ୟୁଜ ଡେକ୍ସ: ପଶ୍ଚିମା ଝଡ଼ (ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ) ପ୍ରଭାବରେ ଶନିବାର ଓ ରବିବାର ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଶନିବାର ବରଗଡ଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁରରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଜି ବରଗଡ, ବଲାଙ୍ଗୀର, ନୂଆପଡା, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ସୋନପୁରରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ । ସେହିପରି, ରବିବାର ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ତିର ସ୍ଥାନେ ସ୍ଥାନେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ, ଉପକୂଳ ଓ ଏହା ସଂଲଗ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ନାହିଁ। ତେଣୁ ପାଗ ଖରାଟିଆ ରହିବାର ସମ୍ଭାବନା ଅଛି। କାଁ ଭାଁ ଆଂଶିକ ମେଘୁଆ ରହିପାରେ।

୩୦ ତାରିଖ ବେଳକୁ ରାଜ୍ୟରେ ରାତି ତାପମାତ୍ରା କମିବା ସହ ଶୀତ ବଢିବ। ନୂଆବର୍ଷ ବେଳକୁ ରାଜ୍ୟରେ ଶୀତ ପ୍ରକୋପ ଅଧିକ ହେବାର ସମ୍ଭାବନା ରହିଛି। ଆସନ୍ତା ୨ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ତା ପରବର୍ତ୍ତୀ ୨ ଦିନ ଭିତରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ କମିପାରେ। ରାତିରେ ପାରଦ ଖସିବା ସହ ପ୍ରଥମେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପରେ ରାଜ୍ୟର ଅନ୍ୟ ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେବ।

Leave a Reply

Your email address will not be published. Required fields are marked *