Mon. Dec 23rd, 2024

ନ୍ୟୁଜ ଡେକ୍ସ: ରବିବାର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆଜି ଘଡଘଡି ସହ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି।

୨୨ତାରିଖ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ଆନ୍ତର୍ଜାତିକ ପାଣିପାଗ ମଡେଲର ଆକଳନ ଅନୁସାରେ ଆସନ୍ତା ୨୫ ଏବଂ ୨୬ ତାରିଖରେ ପୁଣି ଏକ ବାତ୍ୟା ଓଡିଶା ମୁହାଁ ହେଉଛି।

ଏହା ଓଡ଼ିଶା, ପଶ୍ଚିମବଙ୍ଗ, ବାଂଲାଦେଶରେ ସ୍ଥଳଭାଗ ଛୁଇଁପାରେ। ଘୂର୍ଣ୍ଣିବଳୟ ସୃଷ୍ଟି ପରେ ବାତ୍ୟାର ଗତିପଥ ଏବଂ ତୀବ୍ରତା ସ୍ପଷ୍ଟ ହେବ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *