Thu. Oct 23rd, 2025

ନ୍ୟୁଜ ଡେକ୍ସ: ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ । ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରୀ ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବ ।

ଏହାକୁ ନେଇ କେତେକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବାର ସମ୍ଭାବନା ରହିଛି । ସେହିପରି ଶୁକ୍ରବାର ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେହିପରି ୧୨ ଓ ୧୩ ତାରିଖ ବେଳକୁ ଗ୍ରୀଷ୍ଣ ପ୍ରବାହ ଆହୁରି ବଢିବା ଆକଳନ କରାଯାଇଛି । ଏହି ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲା ରହିଛି ।

Leave a Reply

Your email address will not be published. Required fields are marked *