Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆଜିଠୁ ଚାରିଦିନିଆ ରାଜସ୍ଥାନ ଗସ୍ତରେ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧୪ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନରେ ରହିବେ । ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଅନୁଷ୍ଠିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଏହାସହ ରାଜସ୍ଥାନର ପର୍ଯ୍ୟଟନ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ପର୍ଯ୍ୟଟନ ଶିଳ୍ପର ବିକାଶ ସମ୍ବନ୍ଧରେ ଆଲୋଚନା କରିବେ । ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଉଦଯାପନୀ ଦିବସରେ ସମ୍ମିଳନୀରେ ଯୋଗ ଦେଇଥିବା ପ୍ରବାସୀ ଓଡ଼ିଆମାନଙ୍କୁ ସାକ୍ଷାତ କରିବେ।

ଭୁବନେଶ୍ୱର ଜନତା ମୈଦାନଠାରେ ଆୟୋଜିତ ସମ୍ମିଳନୀର ଭିଆଇପି ପାଭିଲିଆନ ହଲ ନମ୍ବର ଏକ (୧)ଠାରେ ଏହି ସାକ୍ଷାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି।

Leave a Reply

Your email address will not be published. Required fields are marked *