Fri. Apr 17th, 2026

ନ୍ୟୁଜ ଡେସ୍କ: ଆସନ୍ତାକାଲିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ନର୍ସିଂ କର୍ମଚାରୀ। ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା ସଫଳ ହୋଇନଥିବାରୁ ପୁଣି ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ କର୍ମଚାରୀ । ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ କାର୍ଯ୍ୟବନ୍ଦ କରିଛନ୍ତି ।

ଯଦି ଗୁରୁବାର ସୁଦ୍ଧା କୌଣସି ପ୍ରତିଶ୍ରୁତି ନ ମିଳେ ତେବେ ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ବନ୍ଦ କରିବାକୁ ନର୍ସିଂ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।ବୁଧବାର ଲୋକସେବା ଭବନରେ ସଚିବଙ୍କ ସହିତ ଆଲୋଚନା ହୋଇଥିଲା । ମାତ୍ର ଏହି ଆଲୋଚନାରୁ କୌଣସି ନିଷ୍କର୍ଷ ବାହାରି ପାରି ନ ଥିଲା । ସରକାରଙ୍କ ସହ ଆଲୋଚନା ବିଫଳ ହୋଇଥିଲା । ଫଳରେ ନର୍ସିଂ କର୍ମଚାରୀ ଆନ୍ଦୋଳନ ଜାରି ରଖିଛନ୍ତି ।

ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏସ. ଅଶ୍ୱଥି, ନର୍ସିଂ ନିର୍ଦେଶକ, ସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ସମେତ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପ୍ରତିନିଧି ଉପସ୍ଥିତ ଥିଲେ। ନର୍ସିଂ କର୍ମଚାରୀଙ୍କ ଦାବି ସଂପର୍କରେ ଆଲୋଚନା ହୋଇଥିଲା। ସରକାର ନର୍ସିଂ କର୍ମଚାରୀଙ୍କ ଦାବିକୁ ମାନି ନଥିବାରୁ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ସଂଘ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *