ନ୍ୟୁଜ ଡେକ୍ସ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ ।
ଧୀରେ ଧୀରେ ରାଜ୍ୟର ଅନେକ ସ୍ଥାନରେ ବର୍ଷାର ପ୍ରଭାବ ବଢ଼ିବା ସହ ୨୮ ତାରିଖ ଯାଏଁ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି । ଆଜି ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ଓ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି।
ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୯ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
