Wed. Oct 22nd, 2025

ନ୍ୟୁଜ ଡେକ୍ସ : ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୩ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତା’ ସହ ୨୪ ଘଣ୍ଟା ମଧ୍ୟରେ ଅସ୍ତବ୍ୟସ୍ତ କରିବ ବର୍ଷା ।

ଉତ୍ତରପଶ୍ଚିମ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଜାରି ରହିବା ସହ ସେପ୍ଟେମ୍ବର ୧୪ ତାରିଖ ସକାଳ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଥିବା ନେଇ ସୂଚନା ମିଳିଛି।ଏହି ୮ ଜିଲ୍ଲା ହେଉଛନ୍ତି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ବଲାଙ୍ଗିର, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ।

ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। ତେବେ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *