Fri. Apr 17th, 2026

ନ୍ୟୁଜ ଡେକ୍ସ: ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ[ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ। ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ କମିଯିବ।

ଏହା ପ୍ରଭାବରେ ଅଧିକ ଶୀତ ଅନୁଭୂତ ହୋଇପାରେ। ଗତକାଲି ରାତିରେ ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୨.୨ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ୧୪.୫ ଡିଗ୍ରୀ ରେକର୍ଡ଼ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର ଏବଂ ଆସନ୍ତାକାଲି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହୋଇପାରେ। ପରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ରବିବାର ଫୁଲବାଣୀରେ ରାତି ତାପମାତ୍ରା ସବୁଠୁ କମ୍ ବା ୧୫.୨ ଡିଗ୍ରୀ ରେକର୍ଡ ହୋଇଥିଲା। ଅନୁଗୁଳରେ ୧୬, କେନ୍ଦୁଝରରେ ୧୭, କୋରାପୁଟ ଓ ଭବାନୀପାଟଣାରେ ୧୬.୫, ନବରଙ୍ଗପୁରରେ ୧୭, ରାୟଗଡ଼ାରେ ୧୮, ରାଉରକେଲାରେ ୧୮.୪, ବଲାଙ୍ଗୀରରେ ୧୮.୫, ଢେଙ୍କାନାଳରେ ୧୮.୯, ସୋନପୁର ଓ ନୟାଗଡ଼ରେ ୧୯.୨, ବୌଦ୍ଧରେ ୧୯.୮ ଓ ହୀରାକୁଦରେ ୧୯.୯ ଡିଗ୍ରୀ ରେକର୍ଡ ହୋଇଛି।

Leave a Reply

Your email address will not be published. Required fields are marked *