ନ୍ୟୁଜ ଡେକ୍ସ : ଆସନ୍ତା ଜୁଲାଇ ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏହି ଦିନ ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି l
ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଜୁଲାଇ ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା।
ପରବର୍ତ୍ତୀ ଶୁଣାଣି ଜୁଲାଇ ୨୧ ତାରିଖ ଦିନ ରଖାଯାଇଥିଲା। କିନ୍ତୁ ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
