Sat. Feb 21st, 2026

ନ୍ୟୁଜ ଡେକ୍ସ : ଆସନ୍ତା ୨୩ରେ ବିଜୁ ଜନତା ଦଳ ବିଧାନସଭା ଘେରାଉ କରିବ । ଆଜି ଦଳ ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ବିଧାୟକ ଅରୁଣ ସାହୁ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଧାନସଭା ଘେରାଉ ପାଇଁ ଘୋଷଣା ହୋଇଛି ।

ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ। ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛି ବିଜେଡି।ରାଜ୍ୟ ସରକାର ପଞ୍ଚାୟତ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିଥିବା ବିଜେଡ଼ି ଅଭିଯୋଗ ଆଣିଛି । ପଞ୍ଚାୟତିରାଜ ବଜେଟକୁ ହ୍ରାସ କରାଯାଇଛି ।

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଧ୍ୱଂସ କରାଯାଉଛି। ବିଜେଡି ନିରବ ଦ୍ରଷ୍ଟା ହୋଇ ରହିବ ନାହିଁ । ବିଧାନସଭା ଭିତରେ ଓ ବାହାରେ ଆନ୍ଦୋଳନ କରିବ ବୋଲି ଦଳ ଚେତାବନୀ ଦେଇଛି । ସାଧାରଣ ଲୋକଙ୍କ ସରକାର କହୁଛନ୍ତି କିନ୍ତୁ ଲୋକଙ୍କ ସ୍ୱର ଶୁଣିପାରୁ ନାହାନ୍ତି। କର୍ମୀଙ୍କୁ ପୋଷିବା ପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଧ୍ୱଂସ କରୁଛନ୍ତି। ଏହାକୁ ବିରୋଧ କରି ଆସନ୍ତା ୨୩ ତାରିଖ ବିକ୍ଷୋଭ ପ୍ରଦର୍ଶନ ହେବ।

Leave a Reply

Your email address will not be published. Required fields are marked *