Thu. Oct 23rd, 2025

ନ୍ୟୁଜ ଡେକ୍ସ : ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା । ବିଜୁଳି ଘଡ ଘଡି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏନେଇ ୨୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷାର ପ୍ରଭାବ। ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା ରହିଛି। ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ।

ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଲଘୁଚାପଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସୀମାନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *