Thu. Oct 23rd, 2025

ନ୍ୟୁଜ ଡେକ୍ସ: ସକାଳୁ କଲବଲ କରୁଛି ଘନ କୁହୁଡ଼ି। ଆହୁରି ତିନି ଦିନ ଯାଏ ମିଳିବନି ନିସ୍ତାର। ୩୦ ମିଟର ଦିଶୁନି ରାସ୍ତା ଘାଟ। ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଉଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୧୨ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସୋମବାର ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧରେ ଘନ କୁହୁଡ଼ି ରହିବ । ଘନକୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ସତର୍କତାର ସହ କରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।ସେହିପରି ଆସନ୍ତାକାଲି ପାଇଁ କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ ।

ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ସେପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *