Sun. Apr 19th, 2026

ନ୍ୟୁଜ ଡେକ୍ସ : ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଥିବା ଲଘୁଚାପ ଇତିମଧ୍ୟରେ ଅବପାତର ରୂପ ନେଇଛି। ପାଣିପାଗ ବିଭାଗ ଅନୁସାରେ, ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ପରିଣତ ହେବ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ଯେ, ମୁଖ୍ୟ ବାତ୍ୟା ପ୍ରଣାଳୀର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ଦେଖାଯିବ ନାହିଁ। ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ଭୟ ନଥିବାକୁ ସେ ସ୍ପଷ୍ଟ କରିଛନ୍ତି। ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ ଅବପାତର ରୂପ ନେଇଛି।

ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ। ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ। ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡିଶା ଉପରେ ରହିବ ନାହିଁ। କିଛି ସ୍ଥାନରେ ମେଘୁଆ ପାଗ ଦେଖାଯିବ , ଶୀତର ପ୍ରଭାବ ସାମାନ୍ୟ ରହିବ।

କାଲିଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ ଏବଂ ଶୀତ ଅନୁଭବନ ହେବ।ସୋମବାର ରାୟଗଡ଼ା ଓ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଶନିବାର ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଅପରପକ୍ଷେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ଆରବସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ରହିଛି।

Leave a Reply

Your email address will not be published. Required fields are marked *