ନ୍ୟୁଜ ଡେକ୍ସ: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗ ଆଡକୁ ଗତି କରିବ | ଏନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି ପାଣିପାଜ ବିଜ୍ଞାନୀ ଉମାଶଙ୍କର ଦାସ | ସେପଟେ ଆଜି କିଛି କିଛି ସ୍ଥାନରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏନେଇ ମାଳକାନଗିରି, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଆଗାମୀ ପାଞ୍ଚ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ।