Tue. Aug 12th, 2025
Screenshot

ନ୍ୟୁଜ ଡେକ୍ସ : ରାଜ୍ୟରେ ଏବେ ବର୍ଷା ପ୍ରକୋପ କମ୍ ଅଛି । ଆସନ୍ତା ଦୁଇଦିନ ବି ବିଶେଷ ବର୍ଷା ସମ୍ଭାବନା ନାହିଁ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୨ରୁ ବର୍ଷା ବଢ଼ିପାରେ । ୧୨ରୁ ୧୪ ଯାଏ ରାଜ୍ୟରେ ଲଘୁଚାପଜନିତ ବର୍ଷା ସମ୍ଭାବନା ଅଛି । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷା ପ୍ରକୋପ ଅଧିକ ରହିବ । ଏଭଳି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଅଗଷ୍ଟ ୧୨-୧୩ ତାରିଖରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା/ବଜ୍ରପାତ ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।ଅଗଷ୍ଟ ୧୨ ତାରିଖରେ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ବର୍ଷା/ବଜ୍ରପାତ ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୁଆପଡା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର ଏବଂ ରାୟଗଡା।ପୂର୍ବାନୁମାନ ହେଲା, ଆସନ୍ତା ଦୁଇଦିନ ରାଜ୍ୟରେ ବଡ଼ ଧରଣର ବର୍ଷା ସମ୍ଭାବନା ନାହିଁ ।

ଅଳ୍ପ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଆଉ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ବର୍ଷା ପରିମାଣ ୧୨ରୁ ବଢ଼ିବା ସମ୍ଭାବନା ଅଛି । ୧୨ରୁ ୧୪ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ । ୧୨ରେ ମାଲକାନଗିରି ଓ କୋରାପୁଟର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ଏବଂ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ବହୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି । ୧୩ରେ ମାଲକାନଗିରି, କୋରାପୁଟରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଥିବାବେଳେ ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ୧୪ରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୧୫ରୁ ବଡ଼ ବର୍ଷା ସମ୍ଭାବନା ନାହିଁ ।

Screenshot

Leave a Reply

Your email address will not be published. Required fields are marked *