Mon. Apr 20th, 2026

ନ୍ୟୁଜ ଡେକ୍ସ : କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ICUରେ ସୋମବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଛି। ଏହି ଭୟାବହ ଘଟଣାରେ ୧୦ ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ICUରେ ମୋଟ ୨୩ ଜଣ ରୋଗୀ ଚିକିତ୍ସାଧୀନ ଥିଲେ ବୋଲି ସୂଚନା ମିଳିଛି।

ହଠାତ୍ ନିଆଁ ଲାଗିବା ପରେ ICU ଭିତରେ ଭୟାଙ୍କର ସ୍ଥିତି ସୃଷ୍ଟି ହୋଇଥିଲା। ଧୂଆଁ ଓ ଆଗ୍ନିକାଣ୍ଡରେ ଅନେକ ରୋଗୀ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ଘଟଣା ପରେ ମେଡିକାଲ କର୍ମଚାରୀ ଓ ଅଗ୍ନିଶମ ବାହିନୀ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ନିଆଁ ଲିଭାଇବା ପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ନିୟୋଜିତ ହୋଇଛନ୍ତି।ପ୍ରାଥମିକ ତଦନ୍ତରୁ ବିଦ୍ୟୁତ ସର୍ଟ ସର୍କିଟ୍‌ ହେତୁ ଏହି ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଥିଲେ ମଧ୍ୟ ଏହାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅଗ୍ନିକାଣ୍ଡ ଘଟଣା ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ସମୀକ୍ଷା କରିଛନ୍ତି।

ସେ ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ। ପରେ ମେଡିକାଲର ସ୍ଥିତି ଅନୁଧ୍ୟାନ କରି ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି।ଏହାସହ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ତଦନ୍ତ ରିପୋର୍ଟ ଆସିବା ପରେ ଦାୟୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *