Thu. Oct 23rd, 2025

ନ୍ୟୁଜ ଡେକ୍ସ:ଉବୁଟୁବୁ ଉତ୍ତର ଓଡିଶା । ଲଗାଣ ବର୍ଷା କାରଣରୁ ଉତ୍ତର ଓଡିଶାରେ ବନ୍ୟା ସ୍ଥିତି ଦେଖିବାକୁ ମିଳିଲାଣି । ସେପଟେ ମୟୁରଭଞ୍ଜ ଜିଲ୍ଲାରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ସେଥିପାଇଁ ଆଜିଠାରୁ ଆସନ୍ତା ୩ ଦିନ ଯାଏଁ ମୟୁରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖାଯାଇଛି । ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସୋମବାର ଠାରୁ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ତିନି ଦିନ ପାଇଁ ବନ୍ଦ ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ଜୁନ୍ ୩୦ ତାରିଖରେ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତର ସମ୍ଭାବନା ରହିଛି। ଯେଉଁଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଜୁଲାଇ ୫ ପର୍ଯ୍ୟନ୍ତ କମଳା ସତର୍କତା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *