Wed. Oct 22nd, 2025

ନ୍ୟୁଜ ଡେକ୍ସ : ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀ ଭୁବନେଶ୍ୱର ଠାରେ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେ ଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network) ଅଧୀନରେ କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ଆରମ୍ଭ ହେବାକୁ ଯାଉଛି।

ଯେଉଁଥିରେ ଆଦିବାସୀ କନ୍ୟା ମାନଙ୍କୁ ପାଇଲଟ ହେବା ପାଇଁ ଟ୍ରେନିଂ ଦିଆଯିବ।ଏହି ଅବସରରେ ରାଜ୍ୟ ସରକାର ଆଜି ଦେଶର ପ୍ରମୁଖ ବିମାନ MRO (Maintenance, Repair and Overhaul) ସେବାଦାତା Air Works ସହିତ ଏକ ଚୁକ୍ତି ସ୍ୱାକ୍ଷର କରିଛନ୍ତି । ଏହା ଅନୁଯାୟୀ, ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ MRO ସୁବିଧା ସ୍ଥାପିତ ହେବ । ଏଥିସହିତ, ରାଜ୍ୟର ଯୁବମାନଙ୍କ ପାଇଁ ଦକ୍ଷତା ବିକାଶ, ପ୍ରଶିକ୍ଷଣ ଓ ଚାକିରି ସୁଯୋଗ ସୃଷ୍ଟି କରିବା ନିମନ୍ତେ, ରାଜ୍ୟ ସରକାର Air Works ସହିତ ଏକ ଚୁକ୍ତି ସ୍ୱାକ୍ଷର କରିଛନ୍ତି ।ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ପୁରୀରେ ଏକ ବିଶ୍ୱସ୍ତରୀୟ ଆନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ହେଉଛି ଏବଂ ଏହି ବିମାନବନ୍ଦର, ସାରା ବିଶ୍ୱର କୋଟି କୋଟି ଜଗନ୍ନାଥ ଭକ୍ତଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ସାଂସ୍କୃତିକ ଦ୍ୱାରପଥ ହେବ ।

ଏଥିସହିତ ଝାରସୁଗୁଡା ବିମାନବନ୍ଦରର ବିସ୍ତାର ପାଇଁ ଜମି ବ୍ୟବସ୍ଥା କରାଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ବେସାମରିକ ବିମାନ ପରିବହନ ମନ୍ତ୍ରୀ ରାମ ମୋହନ ନାଇଡୁ କିଞ୍ଜାରାପୁ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ, ହାୱାଇ ଚପଲ୍ ପିନ୍ଧିଥିବା ମାନଙ୍କୁ ମଧ୍ୟ ଏବେ ଉଡ଼ାଜାହାଜରେ ଯିବା ସୁଯୋଗ ମିଳିବାକୁ ସରକାର ସମ୍ପୂର୍ଣ୍ଣ ରୂପରେ କାର୍ଯ୍ୟକାରୀ କରିବାକୁ ସମସ୍ତ ପ୍ରୟାସ କାର୍ଯ୍ୟକାରୀ କରାଯିବ। ଓଡ଼ିଶାର ବିମାନ ଚଳାଚଳ ଭିତ୍ତିଭୂମି ପାଇଁ ସବୁ ପ୍ରକାର ସହଯୋଗ ଯାଇ ଦିଆଯିବ ବୋଲି ଶ୍ରୀ କିଞ୍ଜାରାପୁ ପ୍ରତିଶ୍ରୁତି ଦେଇଥିଲେ।

ଏହି ଅବସରରେ କେନ୍ଦ୍ର ରାଜ୍ୟମନ୍ତ୍ରୀ, ବେସାମରିକ ବିମାନ ପରିବହନ ମୁରଲୀଧର ମୋହଲ, ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ଛତିଶଗଡ଼ ସରକାରଙ୍କ ଅର୍ଥମନ୍ତ୍ରୀ ଓମ ପ୍ରକାଶ ଚୌଧୁରୀ ପ୍ରମୁଖ ଅଭିଭାଷଣ ରଖି ଥିଲେ । କାର୍ଯ୍ୟକ୍ରମରେବେସାମରିକ ବିମାନ ପରିବହନ ମନ୍ତ୍ରାଳୟର ସଚିବ ସମୀର ସିନ୍ହା ସ୍ୱାଗତ ଭାଷଣ ଦେଇଥିବା ବେଳେ ପ୍ରମୁଖ ଶାସନ ସଚିବ ବାଣିଜ୍ୟ ଓ ପରିବହନ ବିଭାଗ, ଉଷା ପାଢ଼ୀ ବିବରଣୀ ରଖିବା ସହ ଧନ୍ୟବାଦ ଦେଇଥିଲେ।

Leave a Reply

Your email address will not be published. Required fields are marked *