Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହ ପର୍ଯ୍ୟଟନ ବିଭାଗ ପକ୍ଷରୁ ମଧ୍ୟ ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।

ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍ ସବୁ କିଛି ବ୍ୟବସ୍ଥା ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ପ୍ରବାସୀ ଭାରତୀୟଙ୍କୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲାଇ ଦେଖାଯିବ। ଏଥିପାଇଁ ଓଡ଼ିଆ, ହିନ୍ଦୀ ଓ ଇଂରାଜୀ କହି ପାରୁଥିବା ଗାଇଡ୍ ରହିବେ। ଯେଉଁ ହୋଟେଲରେ ପ୍ରବାସୀ ଭାରତୀୟ ରହିବେ, ସେସବୁ ହୋଟେଲର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ସେଠାରୁ ବିଭିନ୍ନ ସ୍ଥାନକୁ କିଭଳି ଡବଲ ଡେକର ଗାଡ଼ିରେ ବୁଲିପାରିବେ ଅତିଥି, ତାହା ମଧ୍ୟ ସୁନିଶ୍ଚିତ କରାଯାଇଛି। ପୁରୀରେ ସି ବିଚ୍ ଫେଷ୍ଟିଭାଲ ଚାଲିବ । ମୁକ୍ତେଶ୍ଵର ଫେଷ୍ଟିଭାଲଠୁ ଆରମ୍ଭ କରି ଯାହା ଯାହା ଉତ୍ସବ ଅଛି, ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ୟ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରିବାକୁ ପ୍ରସ୍ତୁତ କରାଯାଇଛି । ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍, ଅଥବା ପକ୍ଷୀ ଉତ୍ସବ ହେଉ, ସବୁ କିଛି ବ୍ୟବସ୍ଥା କରାଯାଇଛି ।

ସେହିପରି, ପ୍ରବାସୀ ଭାରତୀୟଙ୍କୁ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ବୁଲାଇ ବୁଝାଇବା ପାଇଁ ଓଡ଼ିଆ, ହିନ୍ଦୀ ଓ ଇଂରାଜୀ କହି ପାରୁଥିବା ଗାଇଡ ରହିବେ । ଯେଉଁ ହୋଟେଲରେ ପ୍ରବାସୀ ଭାରତୀୟ ରହିବେ, ସେ ହୋଟେଲର ବ୍ୟବସ୍ଥା, ହୋଟେଲର ସୁରକ୍ଷା ବ୍ୟବସ୍ଥା, ସେଠାରୁ ବିଭିନ୍ନ ସ୍ଥାନକୁ କିଭଳି ଡବଲ ଡେକର ଗାଡ଼ିରେ ବୁଲିବେ ତାହା ସୁନିଶ୍ଚିତ କରାଯାଇଛି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *