Thu. Oct 23rd, 2025

ନ୍ୟୁଜ ଡେକ୍ସ: ଓଡିଆ ନବବର୍ଷ ଅବସରରେ ପ୍ରକାଶ ପାଇଛି ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଏହା ଲୋକାର୍ପିତ ହୋଇଅଛି ।

ସେହିପରି ପ୍ରଥମ ଥର ଲାଗି ପ୍ରକାଶିତ ଶ୍ରୀମନ୍ଦିରର ସୁଦୃଶ୍ୟ ସୂଚନା ପୁସ୍ତିକାର ମଧ୍ୟ ଲୋକାର୍ପଣ ହୋଇଛି । ଏହା ପୂର୍ବରୁ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ।

ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ ।ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ ପୂର୍ବରୁ ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ ।

Leave a Reply

Your email address will not be published. Required fields are marked *