Fri. Apr 17th, 2026

ନ୍ୟୁଜ ଡେକ୍ସ : ସ୍ଵାଧୀନତା ଦିବସ ଅବସରରେ ୧୦୯୦ ଜଣଙ୍କୁ ମିଳିବ ବୀରତ୍ଵ ପୁରସ୍କାର। ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ୍ ଡିଫେନ୍ସ ଏବଂ ସୁଧାର ସେବାର ୧୦୯୦ କର୍ମୀ ହେବେ ସମ୍ମାନିତ। ସେମାନଙ୍କ ମଧ୍ୟରୁ ୨୩୩ ଜଣଙ୍କୁ ବୀରତ୍ଵ ପଦକ (GM), ୯୯ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ (PSM) ଏବଂ ୭୫୮ ଜଣଙ୍କୁ ପ୍ରଶଂସନୀୟ ସେବା ପାଇଁ ପଦକ (MSM) ପ୍ରଦାନ କରାଯିବ ।

ଓଡ଼ିଶାରୁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ । ସେମାନେ ହେଲେ ଏଏସପି ରବୀନ୍ଦ୍ର ପଣ୍ଡା ଏବଂ କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ରାଷ୍ଟ୍ରପତି ପଦକ ମିଳିବ । ଏବଂ ୯ ଜଣଙ୍କୁ ସାହସିକତା ପଦକ ଏସ୍‌ଆଇ ଅମରେଶ ନରେନ୍ଦ୍ର, କନଷ୍ଟେବଳ ଜିତେନ୍ଦ୍ର ନାୟକଙ୍କୁ ମିଳିବ ସାହସିକତା ପଦକ । ଓଏପିଏଫ୍ ଅର୍ଜ୍ଜୁନ ମଲ୍ଲିକ, ଯୁଧିଷ୍ଠିର ମଲ୍ଲିକ, ହାବିଲଦାର ଅଶ୍ୱିନୀ ବାଗ, କମାଣ୍ଡୋ ଡମ୍ବରୁଧର ଭୋଇ, ନବୀନ ସାହୁ, ପ୍ରଦୀପ ଶ୍ରେଷ୍ଠ, ଅଭିମନ୍ୟୁ ମାଝୀଙ୍କୁ ପଦକ ମିଳିବ । ସେହିପରି ୧୧ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ପଦକ ମିଳିବ ।

ଗୃହ ମନ୍ତ୍ରଣାଳୟ ଅନୁଯାୟୀ, ମୋଟ ୨୩୩ ଜଣ କର୍ମଚାରୀଙ୍କୁ ବୀରତା ପଦକ ପ୍ରଦାନ କରାଯିବ । ସେମାନଙ୍କ ମଧ୍ୟରେ ୨୨୬ ଜଣ ପୋଲିସ, ୬ ଜଣ ଅଗ୍ନିଶମ ବାହିନୀ ଏବଂ ୧ ଜଣ ଗୃହରକ୍ଷୀ ଏବଂ ନାଗରିକ ପ୍ରତିରକ୍ଷା କର୍ମଚାରୀ ରହିଛନ୍ତି ।ମୋଟ ୭୫୮ ଜଣ କର୍ମଚାରୀଙ୍କୁ ସେମାନଙ୍କର ପ୍ରଶଂସନୀୟ ଏବଂ ଗୁଣାତ୍ମକ ସେବା ପାଇଁ ମେରିଟୋରିଆସ୍ ସେବା ପଦକ ମିଳିବ। ପୋଲିସ ସେବାରୁ ୬୩୫ଜଣ, ଅଗ୍ନିଶମ ସେବାରୁ ୫୧ ଜଣ, ସିଭିଲ ଡିଫେନ୍ସ ଏବଂ ହୋମଗାର୍ଡରୁ ୪୧ ଜଣଙ୍କୁ ସମ୍ମାନିତ କରାଯିବ ।

Leave a Reply

Your email address will not be published. Required fields are marked *