Thu. Apr 16th, 2026

ନ୍ୟୁଜ ଡେକ୍ସ : ଓଡ଼ିଶାରେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ, ୨୦୨୬ ଲାଗୁ ହୋଇଛି। ବିଧାନସଭାରେ ପାରିତ ହୋଇଥିବା ବିଧେୟକକୁ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍ପାଟିଙ୍କ ସ୍ୱୀକୃତି ପରେ ସମଗ୍ର ରାଜ୍ୟରେ ଏହାକୁ କାର୍ଯ୍ୟକାରୀ କରାଯାଇଛି।ଏହି ଅଧିନିୟମ ଲାଗୁ ହେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହାକୁ ଉଚ୍ଚଶିକ୍ଷାରେ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଛନ୍ତି।

ତାଙ୍କ କହିବାନୁସାରେ, ଏହି ଆଇନ୍ ଦ୍ୱାରା ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ଏସଇବିସି ବର୍ଗଙ୍କ ପ୍ରତିନିଧିତ୍ୱ ଶିକ୍ଷକ ନିଯୁକ୍ତିରେ ସୁନିଶ୍ଚିତ ହେବ।ନୂଆ ବ୍ୟବସ୍ଥା ଅନୁସାରେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟକୁ ଏକକ ଭାବେ ଗଣାଯିବ ଏବଂ ବିଭାଗ ଭିତ୍ତିକ ସଂରକ୍ଷଣ ପ୍ରଣାଳୀକୁ ବିଲୋପ କରାଯାଇଛି। ଏଥିରେ ପ୍ରଫେସର, ଆସୋସିଏଟ୍ ପ୍ରଫେସର ଓ ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ସଂରକ୍ଷଣ କାର୍ଯ୍ୟକାରୀ ହେବ।

ସେହିପରି ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ହୋଇଥିବା ସହ ଶିକ୍ଷା ବ୍ୟବସ୍ଥାକୁ ଶକ୍ତିଶାଳୀ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଖାଲି ପଡ଼ିଥିବା ଶିକ୍ଷକ ପଦବୀଗୁଡ଼ିକୁ ଶୀଘ୍ର ପୂରଣ କରିବାକୁ ମଧ୍ୟ ପଦକ୍ଷେପ ନିଆଯିବ।ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ଉଚ୍ଚଶିକ୍ଷା କ୍ଷେତ୍ରରେ ଗୁଣାତ୍ମକ ଓ ସମାବେଶମୂଳକ ବିକାଶ ହେବ ବୋଲି ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *