Fri. Apr 17th, 2026

ନ୍ୟୁଜ ଡେକ୍ସ : ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନର ୨୦ ତମ କିସ୍ତି । ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିବିଟି ଜରିଆରେ ମୋଟ୍ ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା । ସେହିପରି ଓଡିଶାରୁ ୩୪ ଲକ୍ଷ ୮୫ ହଜାର ୮୮୧ ଜଣ ଚାଷୀ ଆଜି ପିଏମ କିଷାନରେ ଉପକୃତ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ହିସାବରେ ସମୁଦାୟ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର ଉପକଣ୍ଠ ସ୍ଥିତ ଆଇ.ସି.ଏ.ଆର୍-ସିଫା ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାୟ ୩୪ ଲକ୍ଷ ୮୫ ହଜାରରୁ ଅଧିକ କୃଷକଙ୍କୁ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏଁ ମୋଟ ୬୯୭ କୋଟି ଟଙ୍କା ପ୍ରଦାନ କରାଯାଇଛି।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର ।ଚାଷୀ ଭାଇ ଭଉଣୀଙ୍କ ସରକାର । ଆମ ସରକାର ମାତ୍ର ବର୍ଷକ ମଧ୍ୟରେ ଆପଣଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଆପଣମାନେ ଏହାର ସୁଫଳ ମଧ୍ୟ ପାଉଛନ୍ତି । ସି.ଏମ୍ କିଷାନରେ ଆମ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀ ବର୍ଷକୁ ୪୦୦୦ ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି। ପି.ଏମ୍ କିଷାନ ଓ ସି.ଏମ୍ କିଷାନକୁ ମିଶାଇ ଚାଷୀଭାଇମାନେ ବର୍ଷକୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି ଏହା ଆମ ପାଇଁ ଖୁସିର କଥା।

Leave a Reply

Your email address will not be published. Required fields are marked *