Sat. Feb 21st, 2026

ନ୍ୟୁଜ ଡେକ୍ସ: ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏପ୍ରିଲ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହ ବିଜେପିର ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଏନେଇ କନ୍ଧମାଳ ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସୂଚନା ଦେଇଛନ୍ତି। ତେବେ ପ୍ରଥମେ ବିଜେପି ରାଷ୍ଟ୍ରୀୟ ସଭାପତିଙ୍କ ନାଁ ଘୋଷଣା ହେବ । ଏହାପରେ ବିଜେପି ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହେବ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପାର୍ଟି ନିଶ୍ଚିତ କରି ନାହିଁ ଯେ କିଏ ହେବେ ରାଜ୍ୟର ନୂତନ ବିଜେପି ସଭାପତି ।

ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦ୍ଦେଶ ଆସିନାହିଁ । ତେବେ ମନମୋହନ ସାମଲ ରିପିଟ୍ ହେବେ ନାଁ ଆଉ କେଉଁ ନୂଆ ମୁହଁକୁ ସୁଯୋଗ ମିଳିବ ତାହା ଦେଖିବାକୁ ବାକି ରହିଲା ।

Leave a Reply

Your email address will not be published. Required fields are marked *