Mon. Aug 11th, 2025

ନ୍ୟୁଜ ଡେକ୍ସ: ରାଜ୍ୟ ଜନଗଣନା ପରିଚାଳନା ନିର୍ଦ୍ଦେଶକ ଏବଂ ନାଗରିକ ପଞ୍ଜିକରଣ ନିର୍ଦ୍ଦେଶକ ଭାବେ ନିଖିଳ ପୱନ କଲ୍ୟାଣଙ୍କୁ ନିଯୁକ୍ତି ଦିଆଯାଇଛି । ୨୦୧୨ ବ୍ୟାଚ୍ ଆଇଏଏସ୍ ହେଉଛନ୍ତି ନିଖିଲ ପଓ୍ବନ କଲ୍ୟାଣ। ସେ ଏବେ ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନ କୃଷି ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି ।

କେନ୍ଦ୍ର ସରକାର ସୋମବାର ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କୁ ଓଡ଼ିଶା ରାଜ୍ୟର ନୂତନ ଜନଗଣନା କାର୍ଯ୍ୟ ନିର୍ଦ୍ଦେଶକ (ଡିସିଓ)/ନାଗରିକ ପଞ୍ଜୀକରଣ ନିର୍ଦ୍ଦେଶକ (ଡିସିଆର) ଭାବରେ ନିଯୁକ୍ତି ଦେଇଛନ୍ତି।

କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଚିଠି ଲେଖାଯାଇଛି। କେନ୍ଦ୍ର କାର୍ମିକ ଏବଂ ତାଲିମ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବଙ୍କୁ ପଠାଯାଇଥିବା ଏକ ଚିଠି ଅନୁସାରେ, କଲ୍ୟାଣ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବା ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ଏହି ଦାୟିତ୍ୱ ନିର୍ବାହ କରିବେ।

Leave a Reply

Your email address will not be published. Required fields are marked *