Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିବା ସହିତ ଓମଫେଡ ଚାଷୀ ମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।

ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମିଳନୀ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରଛନ୍ତି । ଏହି ଅବସରରେ ଓମଫେଡ୍‌ ବାଲ୍ଟି ଦହି, ଏ-2 ମିଲ୍କ, ଏ-2 ଘିଅର ଶୁଭ ଉଦ୍‌ଘାଟନ ମୁଖ୍ୟମନ୍ତ୍ରୀଙ୍କ କର କମଳରେ ହୋଇଛି ।

ଏହାଛଡ଼ା ଚାଷୀଙ୍କ ଅକାଳ ମୃତ୍ୟୁ ହେଲେ ୧ ଲକ୍ଷ ଟଙ୍କାର ଜୀବନବୀମା ମିଳିବ ବୋଲି କୁହାଯାଇଛି। ସରକାର ୧ ହଜାର ୪୨୩ କୋଟି ଟଙ୍କା ବ୍ୟୟରେ ରାଜ୍ୟରେ ପ୍ରଚଳନ କରିଛନ୍ତି କାମଧେନୁ ଯୋଜନା । ୧୪ ଲକ୍ଷ ଗୋପାଳକଙ୍କୁ ଅଧିକ କିଭଳି ଦୁଗ୍ଧ ଉତ୍ପାଦନ ହୋଇପାରିବ ସେଥିପାଇଁ ଆମେ ସ୍ଵତନ୍ତ୍ର ଭାବେ ୭୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି ।

Leave a Reply

Your email address will not be published. Required fields are marked *