Mon. Dec 23rd, 2024

ନ୍ୟୁଜ ବ୍ୟୁରୋ: ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ବସ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ହେଲପରଙ୍କ ସମେତ ୯ଜଣ ଗୁରୁତର ହୋଇଥିବା ଜଣାଯାଇଛି।

ଏଣେ ବସରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ଆଜି ସକାଳେ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସ୍‌ଟି ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସୋରଡା ଛକରେ ବସଟି ଭାରସାମ୍ୟ ଗଛରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ସମସ୍ତ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ଓ ନୂଆଁ ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ନୂଆଗାଁ ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କିଛି ଲୋକ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଅଶାଙ୍କା କରାଯାଉଛି। ଦୁର୍ଘଟଣା ପରେ ସେହି ରାସ୍ତା ଗାଡ଼ିଚଳାଚଳ ପ୍ରଭାବିତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ିମଟର ଚଳାଚଳ ପ୍ରଭାବିତ ହୋଇଛି।

Leave a Reply

Your email address will not be published. Required fields are marked *