ନ୍ୟୁଜ ଡେକ୍ସ : କଟକରେ ଘଟିଥିବା ଗୋଷ୍ଠୀ ବିବାଦ ଘଟଣା ପ୍ରତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ସମସ୍ତଙ୍କୁ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବାକୁ ଆହ୍ୱାନ କରିଥିବା ସୂଚନା ମିଳିଛି।
ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର। କିନ୍ତୁ ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି।
ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି ଏବଂ ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।ସହରର ଐତିହ୍ୟକୁ ଆହୁରି ଉପରକୁ ନେବା ପାଇଁ ସମସ୍ତେ ମିଳିମିଶି ଶାନ୍ତି ଶୃଙ୍ଖଳାର ସହିତ ଆଗକୁ ବଢନ୍ତୁ ଏବଂ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

