Thu. Oct 23rd, 2025

ନ୍ୟୁଜ ଡେକ୍ସ : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀଙ୍କୁ ରବିବାର ସକାଳେ ଏକ ବଡ଼ ସଫଳତା ମିଳିଛି । ଜଗନ୍ନାଥ ପ୍ରସାଦ ରେଞ୍ଜ ପଥରା ପଲ୍ଲୀ ଗ୍ରାମରୁ ଛାଲ ଜବତ ହୋଇଛି ।

ବିଭାଗୀୟ କର୍ମଚାରୀ ମାନେ ଗୋଟିଏ କଲରାପତରିଆ ବାଘ ଛାଲ ଜବତ କରିଛନ୍ତି । ଏହି ମାମଲାରେ ୭ ଜଣକୁ ଅଟକ ରଖି ତଦନ୍ତ ଚାଲିଛି । ସୂଚନାଥାଉକି, ଗିରଫ ଅଭିଯୁକ୍ତ ମାନଙ୍କ ମଧ୍ୟରେ ଗଜପତି ଜିଲ୍ଲାର ଜଣେ ଅବସରପ୍ରାପ୍ତ ପୁଲିସ ସବ୍‌ଇନିସପେକ୍ଟର ଅଛନ୍ତି ।

ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଏସିଏଫ ବିବେକ ଦାସ, ରେଞ୍ଜର ପୃଥ୍ବୀରାଜ ପ୍ରଧାନ, ବନପାଳ ଅନୁପ ବିଷୋୟୀଙ୍କ ନେତୃତ୍ୱରେ ଏହି ଚଢାଉ ହୋଇଥିଲା । ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନା ଏବଂ ଅନ୍ୟ କର୍ମଚାରୀ ଚଢ଼ାଉରେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *