Thu. Oct 23rd, 2025

ନ୍ୟୁଜ ଡେକ୍ସ: କାର୍‌-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆ ଙ୍କର ମୃତ୍ୟୁ ହୋଇଛି ।

ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ। ମୁରଲୀଧରଙ୍କ ଘରୁ କାର ଆସିଥିଲା। ସେମାନେ ବିଳମ୍ବିତ ରାତିରେ କାର ଯୋଗେ ଘରକୁ ଫେରୁଥିବା ବେଳେ କଣ୍ଟାପାଲି ଓଭରବ୍ରିଜ ନିକଟରେ ଏକ ହାଇୱା ସେମାନଙ୍କୁ ପଛରୁ ଧକ୍କା ଦେଇଥିଲା।

ହାଇୱା ଧକ୍କାରେ କାରଟି ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ଦେବେନ୍ଦ୍ର ଓ ମୁରଲୀଧରଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭର ସମେତ ୪ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ହାଇୱାଟିକୁ ଜବତ କରିଥିବା ବେଳେ ଡ୍ରାଇଭରକୁ ଅଟକ ରଖିଛି।

Leave a Reply

Your email address will not be published. Required fields are marked *