ନ୍ୟୁଜ ଡେକ୍ସ: ଖୋର୍ଦ୍ଧା ପୀତାପଲ୍ଲୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା। କାର୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି। ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ କାର୍ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ।
ଖବର ଅନୁଯାୟୀ, ବ୍ରହ୍ମପୁରରୁ ଏକ କାର୍ ଯୋଗେ କିଛି ଲୋକ ଭୁବନେଶ୍ୱର ଫେରୁଥିଲେ । ହେଲେ ଗଙ୍ଗପଡ଼ା ଜାତୀୟ ରାଜପଥ ନିକଟରେ କାର୍କୁ ଏକ ଟ୍ରକ ଜୋରଦାର ଧକ୍କା ଦେଇଥିଲା ।ଯାହାଫଳରେ କାର୍ ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା ।
ଦୀର୍ଘ ସମୟର ଅକ୍ଲାନ୍ତ ପରିଶ୍ରମ ପରେ କାର୍ର ଡୋର କାଟି ସମସ୍ତଙ୍କୁ ଉଦ୍ଧାର କରିଥିଲେ । ହେଲେ ସେତେବେଳକୁ ଏହି ଭୟଙ୍କର ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି ।ଜଣେ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଘଟଣା ସମ୍ପର୍କରେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
