Thu. Oct 23rd, 2025

ନ୍ୟୁଜ ଡେକ୍ସ: କାର୍‌ ଓ ବସ୍ ମଧ୍ୟରେ ହେଲା ମୁହାଁମୁହିଁ ଧକ୍କା। ଘଟଣାସ୍ଥଳରେ ହିଁ ଚାଳିଗଲା ୫ ଡାକ୍ତରୀ ଛାତ୍ରଙ୍କ ଜୀବନ। ଏଭଳି କିଛି ଭୟଙ୍କର ଦୁର୍ଘଟଣା ଘଟିଛି କେରଳରେ। ସୋମବାର ବିଳମ୍ବିତ ରାତିରେ କେରଲର ଅଲପ୍ପୁଝା ସ୍ଥିତ କଲାରକୋଡ୍‌ରେ ଏକ କାର୍‌ ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଭୟଙ୍କର ଧକ୍କା ହୋଇଥିଲା।

ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ, କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏଥିରେ କାର୍‌ରେ ଥିବା ୫ ଜଣ ଏମ୍‌ବିବିଏସ୍‌ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଛାତ୍ର ଗୁରୁତର ରୂପେ ଆହତ ହୋଇଛନ୍ତି। ସୂଚନା ମୁତାବକ, ଗତକାଲି ଅର୍ଥାତ ସୋମବାର ବିଳମ୍ବିତ ରାତିରେ କେରଳର ଆଲାପୁଝା ଅଞ୍ଚଳରେ କାର- ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ କାରରେ ଥିବା ୭ ଜଣ ଥିବା ବେଳେ ସେଥିରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଏନେଇ ଖବର ପାଇ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା। ଏହି ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।

ସେପଟେ ଗୁରୁତର ୨ଜଣଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଏହି ଦୁର୍ଘଟଣାରେ ବସ୍‌ରେ ଥିବା କିଛି ଯାତ୍ରୀମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ସେପଟେ ଗୁରୁତର ଥିବା ଦୁଇ ଜଣ ଛାତ୍ରଙ୍କୁ ବନ୍ଦନମ୍‌ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରାରମ୍ଭିକ ରିପୋର୍ଟ ଅନୁସାରେ ମୃତକ କୋଝିକୋଡ, କନ୍ନୁର, ଚେରଥଲା ଓ ଲକ୍ଷାଦୀପର ବାସିନ୍ଦା ବୋଲି ଜଣାପଡିଛି। ମୃତକଙ୍କ ପରିବାରକୁ ସୂଚନା ଦିଆଯାଇଛି। ପୁଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ପୂରା ଘଟଣାର ତଦନ୍ତ ଜାରି ରହିଛି।

Leave a Reply

Your email address will not be published. Required fields are marked *