Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା।

ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *